42କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମଙ୍କୁ ସ୍ମରଣ କଲେ।
43ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ।
44ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,
45ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।