3ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
4ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର।
5ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,
6ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
7ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ।