ଗୀତସଂହିତା 105

ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ।

Psalm 105:7 (UKJV) He is the LORD our God: his judgments are in all the earth.

5ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,

6ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।

7ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ।

8ସେ ଆପଣା ନିୟମ, ଅର୍ଥାତ୍‍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ,

9ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‌ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.