9ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ।
10ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ।
11ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ।
12ସେତେବେଳେ ତାହାଙ୍କ ଲୋକମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ।
13ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରିଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ;