13ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରିଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ;
14ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରାନ୍ତ ହେଲେ ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।
15ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ।
16ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ।
17ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବୀରାମର ଦଳକୁ ଆଚ୍ଛାଦନ କଲା।