14ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରାନ୍ତ ହେଲେ ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।
15ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ।
16ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ।
17ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବୀରାମର ଦଳକୁ ଆଚ୍ଛାଦନ କଲା।
18ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।