ଗୀତସଂହିତା 106

ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବୀରାମର ଦଳକୁ ଆଚ୍ଛାଦନ କଲା।

Psalm 106:17 (UKJV) The earth opened and swallowed up Dathan and covered the company of Abiram.

15ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ।

16ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍‍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ।

17ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବୀରାମର ଦଳକୁ ଆଚ୍ଛାଦନ କଲା।

18ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।

19ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.