16ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ।
17ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବୀରାମର ଦଳକୁ ଆଚ୍ଛାଦନ କଲା।
18ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।
19ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ।
20ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ୱରୂପଙ୍କୁ ପରିବର୍ତ୍ତନ କଲେ।