ଗୀତସଂହିତା 106

ଯେ ମିସରରେ ବିବିଧ ମହତ କର୍ମ, ହାମ୍‍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସାଗର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;

Psalm 106:21 (UKJV) They forgotten about God their saviour, which had done great things in Egypt;

19ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ।

20ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ୱରୂପଙ୍କୁ ପରିବର୍ତ୍ତନ କଲେ।

21ଯେ ମିସରରେ ବିବିଧ ମହତ କର୍ମ, ହାମ୍‍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସାଗର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;

22ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ପାସୋରିଲେ।

23ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.