20ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ୱରୂପଙ୍କୁ ପରିବର୍ତ୍ତନ କଲେ।
21ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସାଗର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;
22ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ପାସୋରିଲେ।
23ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।
24ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ ନାହିଁ।