21ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସାଗର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;
22ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ପାସୋରିଲେ।
23ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।
24ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ ନାହିଁ।
25ମାତ୍ର ଆପଣା ଆପଣା ତମ୍ବୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।