ଗୀତସଂହିତା 106

ଆହୁରି, ସେମାନେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ।

Psalm 106:28 (UKJV) They joined themselves also unto Baalpeor, and ate the sacrifices of the dead.

26ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ

27ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା ପାଇଁ ସେମାନଙ୍କ ପ୍ରତି ଆପଣା ହସ୍ତ ଉଠାଇଲେ।

28ଆହୁରି, ସେମାନେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ।

29ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ୱାରା ତାହାଙ୍କୁ ବିରକ୍ତ କଲେ; ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା।

30ସେତେବେଳେ ପୀନହସ୍‍ ଠିଆ ହୋଇ ଦଣ୍ଡାଜ୍ଞା ସାଧନ କଲା; ତହିଁରେ ମହାମାରୀ ନିବୃତ୍ତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.