ଗୀତସଂହିତା 106

ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।

Psalm 106:3 (UKJV) Blessed are they that keep judgment, and he that does righteousness at all times.

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ। ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।

2ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ? ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ?

3ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।

4ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ୱ ନିଅ;

5ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.