29ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ୱାରା ତାହାଙ୍କୁ ବିରକ୍ତ କଲେ; ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା।
30ସେତେବେଳେ ପୀନହସ୍ ଠିଆ ହୋଇ ଦଣ୍ଡାଜ୍ଞା ସାଧନ କଲା; ତହିଁରେ ମହାମାରୀ ନିବୃତ୍ତ ହେଲା।
31ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।
32ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା,
33ଯେହେତୁ ସେମାନେ ମୋଶାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ।