32ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା,
33ଯେହେତୁ ସେମାନେ ମୋଶାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ।
34ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗୋଷ୍ଠୀବର୍ଗକୁ ବିନାଶ କଲେ ନାହିଁ।
35ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ।
36ଆଉ, ସେମାନଙ୍କ ଦେବତାଗଣର ସେବା କଲେ; ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ୱରୂପ ହେଲା।