35ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ।
36ଆଉ, ସେମାନଙ୍କ ଦେବତାଗଣର ସେବା କଲେ; ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ୱରୂପ ହେଲା।
37ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ।
38ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା।
39ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ।