ଗୀତସଂହିତା 106

ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ।

Psalm 106:39 (UKJV) Thus were they defiled with their own works, and went a whoring with their own inventions.

37ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ।

38ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍‍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା।

39ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ।

40ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ୱଳିତ ହେଲା, ପୁଣି, ସେ ଆପଣା ଅଧିକାରକୁ ଘୃଣା କଲେ।

41ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.