39ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ।
40ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ୱଳିତ ହେଲା, ପୁଣି, ସେ ଆପଣା ଅଧିକାରକୁ ଘୃଣା କଲେ।
41ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ;
42ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, ପୁଣି, ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ।
43ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ।