41ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ;
42ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, ପୁଣି, ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ।
43ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ।
44ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ।
45ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।