ଗୀତସଂହିତା 106

ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।

Psalm 106:45 (UKJV) And he remembered for them his covenant, and repented according to the multitude of his mercies.

43ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ।

44ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ।

45ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।

46ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ।

47ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.