ଗୀତସଂହିତା 106

ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।

Psalm 106:47 (UKJV) Save us, O LORD our God, and gather us from among the heathen, to give thanks unto your holy name, and to triumph in your praise.

45ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।

46ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ।

47ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।

48ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ। ପୁଣି, ସମୁଦାୟ ଲୋକ “ଆମେନ୍‍” କୁହନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.