3ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।
4ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ୱ ନିଅ;
5ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି।
6ଆମ୍ଭେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।
7ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସାଗର ନିକଟରେ ହେଁ ବିଦ୍ରୋହାଚରଣ କଲେ।