8ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।
9ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି ଓ କ୍ଷୁଧିତ ପ୍ରାଣକୁ ଉତ୍ତମ ଦ୍ରବ୍ୟରେ ପୂର୍ଣ୍ଣ କରନ୍ତି।
10କେହି କେହି ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ,
11ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଚ୍ଛାୟାରେ ବସିଲେ;
12ସେ ସେମାନଙ୍କ ହୃଦୟକୁ କ୍ଳେଶରେ ଅବନତ କଲେ; ସେମାନେ ପତିତ ହେଲେ ଓ ସାହାଯ୍ୟ କରିବାକୁ କେହି ନ ଥିଲା।