10କେହି କେହି ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ,
11ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଚ୍ଛାୟାରେ ବସିଲେ;
12ସେ ସେମାନଙ୍କ ହୃଦୟକୁ କ୍ଳେଶରେ ଅବନତ କଲେ; ସେମାନେ ପତିତ ହେଲେ ଓ ସାହାଯ୍ୟ କରିବାକୁ କେହି ନ ଥିଲା।
13ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କଲେ।
14ସେ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ।