15ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!
16ଯେହେତୁ ସେ ପିତ୍ତଳ-ଦ୍ୱାର ଭାଙ୍ଗିଅଛନ୍ତି ଓ ଲୌହ-ଅର୍ଗଳ କାଟି ପକାଇଅଛନ୍ତି।
17ମୂର୍ଖମାନେ ଆପଣା ଆପଣା ଅପରାଧ ଓ ଅଧର୍ମାଚରଣ ସକାଶୁ କ୍ଳେଶ ପାଆନ୍ତି।
18ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ ଓ ସେମାନେ ମୃତ୍ୟୁୁଦ୍ୱାରର ନିକଟବର୍ତ୍ତୀ ହୁଅନ୍ତି।
19ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କରନ୍ତି।