ଗୀତସଂହିତା 107

ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ ଓ ସେମାନେ ମୃତ୍ୟୁୁଦ୍ୱାରର ନିକଟବର୍ତ୍ତୀ ହୁଅନ୍ତି।

Psalm 107:18 (UKJV) Their soul detests all manner of food; and they draw near unto the gates of death.

16ଯେହେତୁ ସେ ପିତ୍ତଳ-ଦ୍ୱାର ଭାଙ୍ଗିଅଛନ୍ତି ଓ ଲୌହ-ଅର୍ଗଳ କାଟି ପକାଇଅଛନ୍ତି।

17ମୂର୍ଖମାନେ ଆପଣା ଆପଣା ଅପରାଧ ଓ ଅଧର୍ମାଚରଣ ସକାଶୁ କ୍ଳେଶ ପାଆନ୍ତି।

18ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ ଓ ସେମାନେ ମୃତ୍ୟୁୁଦ୍ୱାରର ନିକଟବର୍ତ୍ତୀ ହୁଅନ୍ତି।

19ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କରନ୍ତି।

20ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, ପୁଣି, ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.