ଗୀତସଂହିତା 107

ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।

Psalm 107:22 (UKJV) And let them sacrifice the sacrifices of thanksgiving, and declare his works with rejoicing.

20ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, ପୁଣି, ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି।

21ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।

22ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।

23ଯେଉଁମାନେ ଜାହାଜ ଚଢ଼ି ସମୁଦ୍ରଯାତ୍ରା କରନ୍ତି, ଯେଉଁମାନେ ମହାଜଳରାଶିରେ କାରବାର କରନ୍ତି,

24ସେମାନେ ସଦାପ୍ରଭୁଙ୍କ କାର୍ଯ୍ୟ ଓ ଗଭୀର ଜଳରେ ତାହାଙ୍କର ଅଦ୍ଭୁତ ବ୍ୟାପାର ଦେଖନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.