24ସେମାନେ ସଦାପ୍ରଭୁଙ୍କ କାର୍ଯ୍ୟ ଓ ଗଭୀର ଜଳରେ ତାହାଙ୍କର ଅଦ୍ଭୁତ ବ୍ୟାପାର ଦେଖନ୍ତି।
25ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ, ତଦ୍ଦ୍ୱାରା ସମୁଦ୍ରର ତରଙ୍ଗମାଳା ଉଠେ।
26ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ ଗଭୀର ଜଳକୁ ଉତ୍ତରନ୍ତି; ବିପଦ ସକାଶୁ ଲୋକମାନଙ୍କ ପ୍ରାଣ ତରଳି ଯାଏ।
27ସେମାନେ ମତ୍ତ ଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି ଓ ସେମାନଙ୍କ ବୁଦ୍ଧି ହଜିଯାଏ।
28ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି।