1ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
2ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,
3ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି, ସଦାପ୍ରଭୁଙ୍କ ସେହି ମୁକ୍ତ ଲୋକମାନେ ତାହା କହନ୍ତୁ।
4ସେମାନେ ପ୍ରାନ୍ତରରେ ନିର୍ଜନ ପଥରେ ଭ୍ରମଣ କଲେ; ସେମାନେ କୌଣସି ବସତି-ନଗର ପାଇଲେ ନାହିଁ।
5କ୍ଷୁଧିତ ଓ ତୃଷିତ ହୋଇ ସେମାନଙ୍କର ପ୍ରାଣ ସେମାନଙ୍କ ଅନ୍ତରରେ ମୂର୍ଚ୍ଛିତ ହେଲା।