ଗୀତସଂହିତା 107

ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!

Psalm 107:31 (UKJV) Oh that men would praise the LORD for his goodness, and for his wonderful works to the children of men!

29ସେ ବତାସକୁ ସୁସ୍ଥିର କରନ୍ତି, ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ।

30ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି; ଏହିରୂପେ ସେ ସେମାନଙ୍କୁ ବାଞ୍ଛିତ ବନ୍ଦରରେ ପ୍ରବେଶ କରାନ୍ତି।

31ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!

32ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ ଓ ପ୍ରାଚୀନମାନଙ୍କ ସଭାରେ ତାହାଙ୍କର ପ୍ରଶଂସା କରନ୍ତୁ।

33ସେ ନଦ-ନଦୀକୁ ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.