ଗୀତସଂହିତା 107

ସେ ନଦ-ନଦୀକୁ ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି।

Psalm 107:33 (UKJV) He turns rivers into a wilderness, and the fountains into dry ground;

31ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!

32ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ ଓ ପ୍ରାଚୀନମାନଙ୍କ ସଭାରେ ତାହାଙ୍କର ପ୍ରଶଂସା କରନ୍ତୁ।

33ସେ ନଦ-ନଦୀକୁ ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି।

34ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି।

35ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଝରମୟ କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.