33ସେ ନଦ-ନଦୀକୁ ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି।
34ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି।
35ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଝରମୟ କରନ୍ତି।
36ପୁଣି, କ୍ଷୁଧିତ ଲୋକମାନେ ଯେପରି ବସତି-ନଗର ନିର୍ମାଣ କରିବେ ଓ କ୍ଷେତ୍ରରେ ବୀଜ ବପନ ଓ ଦ୍ରାକ୍ଷାଲତା ରୋପଣ କରିବେ
37ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ, ଏଥିପାଇଁ ସେସ୍ଥାନରେ ସେ ସେମାନଙ୍କୁ ବାସ କରାନ୍ତି।