35ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଝରମୟ କରନ୍ତି।
36ପୁଣି, କ୍ଷୁଧିତ ଲୋକମାନେ ଯେପରି ବସତି-ନଗର ନିର୍ମାଣ କରିବେ ଓ କ୍ଷେତ୍ରରେ ବୀଜ ବପନ ଓ ଦ୍ରାକ୍ଷାଲତା ରୋପଣ କରିବେ
37ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ, ଏଥିପାଇଁ ସେସ୍ଥାନରେ ସେ ସେମାନଙ୍କୁ ବାସ କରାନ୍ତି।
38ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି; ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ।
39ପୁନର୍ବାର ସେମାନେ ଉପଦ୍ରବ, ବିପଦ ଓ ଶୋକ ଦ୍ୱାରା ନ୍ୟୂନୀକୃତ ଓ ଅବନତ ହୁଅନ୍ତି।