ଗୀତସଂହିତା 107

ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; ପୁଣି, ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ।

Psalm 107:42 (UKJV) The righteous shall see it, and rejoice: and all iniquity shall stop her mouth.

40ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, ପୁଣି, ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।

41ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି ଓ ମେଷପଲ ତୁଲ୍ୟ ତାହାକୁ ପରିବାର ଦିଅନ୍ତି।

42ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; ପୁଣି, ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ।

43ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ, ପୁଣି, ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.