3ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି, ସଦାପ୍ରଭୁଙ୍କ ସେହି ମୁକ୍ତ ଲୋକମାନେ ତାହା କହନ୍ତୁ।
4ସେମାନେ ପ୍ରାନ୍ତରରେ ନିର୍ଜନ ପଥରେ ଭ୍ରମଣ କଲେ; ସେମାନେ କୌଣସି ବସତି-ନଗର ପାଇଲେ ନାହିଁ।
5କ୍ଷୁଧିତ ଓ ତୃଷିତ ହୋଇ ସେମାନଙ୍କର ପ୍ରାଣ ସେମାନଙ୍କ ଅନ୍ତରରେ ମୂର୍ଚ୍ଛିତ ହେଲା।
6ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କଲେ।
7ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ, ଏଥିପାଇଁ ସେ ସେମାନଙ୍କୁ ସଳଖ ପଥରେ ଘେନିଗଲେ।