8ଗିଲୀୟଦ ମୋହର; ମନଃଶି ମୋହର; ଇଫ୍ରୟିମ ମଧ୍ୟ ମୋʼ ମସ୍ତକର ଆଶ୍ରୟ; ଯିହୁଦା ମୋହର ରାଜଦଣ୍ଡ।
9ମୋୟାବ ମୋʼ ପ୍ରକ୍ଷାଳନ-ପାତ୍ର; ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି। ପଲେଷ୍ଟୀୟ ଉପରେ ଜୟଧ୍ୱନି କରିବି।”
10କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?
11ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ପୁଣି, ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
12ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।