10କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?
11ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ପୁଣି, ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
12ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
13ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।