ଗୀତସଂହିତା 108

ହେ ସଦାପ୍ରଭୋ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।

Psalm 108:3 (UKJV) I will praise you, O LORD, among the people: and I will sing praises unto you among the nations.

1ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି।

2ହେ ନେବଲ ଓ ବୀଣେ, ଜାଗ; ମୁଁ ନିଜେ ଅତି ପ୍ରଭାତରେ ଜାଗିବି।

3ହେ ସଦାପ୍ରଭୋ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।

4ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ;

5ହେ ପରମେଶ୍ୱର, ତୁମ୍ଭେ ଆକାଶମଣ୍ଡଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.