ଗୀତସଂହିତା 11

ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କʼଣ କରି ପାରିବ?

Psalm 11:3 (UKJV) If the foundations be destroyed, what can the righteous do?

1ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”

2କାରଣ ଦେଖ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି।

3ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କʼଣ କରି ପାରିବ?

4ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରେ।

5ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.