ଗୀତସଂହିତା 110

ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”

Psalm 110:1 (UKJV) The LORD said unto my Lord, Sit you at my right hand, until I make yours enemies your footstool.

1ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”

2ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।

3ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.