ଗୀତସଂହିତା 110

ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।

Psalm 110:5 (UKJV) The Lord at your right hand shall strike through kings in the day of his wrath.

3ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।

4ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”

5ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।

6ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ।

7ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.