ଗୀତସଂହିତା 111

ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ।

Psalm 111:3 (UKJV) His work is honourable and glorious: and his righteousness endures for ever.

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।

2ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।

3ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ।

4ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।

5ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.