ଗୀତସଂହିତା 112

ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ।

Psalm 112:4 (UKJV) Unto the upright there arises light in the darkness: he is gracious, and full of compassion, and righteous.

2ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।

3ତାହାର ଗୃହରେ ଧନସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ

4ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ।

5ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।

6କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.