ଗୀତସଂହିତା 112

ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।

Psalm 112:5 (UKJV) A good man shows favour, and lends: he will guide his affairs with discretion.

3ତାହାର ଗୃହରେ ଧନସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ

4ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ।

5ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।

6କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।

7ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.