5ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।
6କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
7ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।
8ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ।
9ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।