ଗୀତସଂହିତା 112

ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।

Psalm 112:9 (UKJV) He has dispersed, he has given to the poor; his righteousness endures for ever; his horn shall be exalted with honour.

7ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।

8ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ।

9ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।

10ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳି ଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.