1ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;
2ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,
3ସମୁଦ୍ର ତାହା ଦେଖି ପଳାଇଲା; ଯର୍ଦ୍ଦନ ଉଜାଣି ବହିଲା।
4ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।
5ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?