8ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।
9ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
10ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
11ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
12ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ।