11ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
12ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ।
13ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ।
14ସଦାପ୍ରଭୁ ତୁମ୍ଭମାନଙ୍କୁ, ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ।
15ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ଅଟ।