15ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ଅଟ।
16ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି।
17ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ;
18ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।